xmas

ହାତ ଧରିଲେ ଅଭିନେତା ମନୋଜ ମିଶ୍ର

ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।

ଭୁବନେଶ୍ୱର: ହାତ ଧରିଲେ ଅଭିନେତା ମନୋଜ ମିଶ୍ର । ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।

କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ମୁଁ ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି ।

ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ ବୋଲି କହିଛନ୍ତି ଓଲିଉଡର ଏହି ଜଣାଶୁଣା ଅଭିନେତା ।

ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।

Leave A Reply

Your email address will not be published.