xmas

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ବିଜୁ ପଟ୍ଟନାୟକ ପାର୍କରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି । ସେଠାକୁ ଯାଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେହିପରି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି । ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି । ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା । ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ବିଜେଡିର ବରିଷ୍ଠ ନେତା ଓ କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଛନ୍ତି ।

ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ବିଜେଡି ପାର୍ଟି ଅଫିସରେ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି । ବିଜେଡିର ବରିଷ୍ଠ ନେତା ଓ କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ ।

ସେହିଭଳି ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡିର ବରିଷ୍ଠ ନେତା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ସସ୍ମିତ ପାତ୍ର, ସୁଲତା ଦେଓ, ବିଧାୟକ ସୁଶାନ୍ତ ରାଉତ, ସଞ୍ଜୟ ଦାସବର୍ମା ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ୱିଟ୍ କରି ପ୍ରବାଦ ପୁରୁଷଙ୍କ ଅବଦାନକୁ ମନେ ପକାଇଛନ୍ତି । ମୋଦୀ ଲେଖିଛନ୍ତି, ବିଜୁ ବାବୁଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଅଦମ୍ୟ ସାହସ ସମସ୍ତଙ୍କୁ ପ୍ରେରଣା ଯୋଗାଇ ଆସୁଛି । ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଆଦର୍ଶ ହୋଇରହିବ । ଆଜିର ଏହି ବିଶେଷ ଦିନରେ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ସେ ଆସୁଛନ୍ତି । ଆଜିପରି ମହତ୍ତ୍ଵପୁର୍ଣ୍ଣ ଦିନରେ ସେ ଓଡ଼ିଶାରେ ଉପସ୍ଥିତ ରହିବେ ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି । ଅନ୍ୟପଟେ ଜନ୍ମ ଜୟନ୍ତୀ ଅବସରରେ ରାଜଧାନୀର ଶଙ୍ଖଭବନ, ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏପରିକି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଏକ ଗଣଦୌଡ ଅନୁଷ୍ଠିତ ହୋଇଛି।

Leave A Reply

Your email address will not be published.