କଂଗ୍ରେସ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଆସନ୍ତାକାଲି ସେ ବିଜେଡିରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି।

ଭୁବନେଶ୍ୱର: ଯାହା ଆଲୋଚନା ହେଉଥିଲା, ଶେଷରେ ତାହା ହେଲା। ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ। ସେ ତାଙ୍କ ଇସ୍ତଫା ପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ସେ ଦଳର ଅନ୍ୟାନ୍ୟ ପଦ ପଦବୀ ସହିତ କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।

ଆସନ୍ତାକାଲି ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଜେଡିରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି। 

୨୦୧୯ ନିର୍ବାଚନରେ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୫୯, ୩୦୮ ଖଣ୍ଡ ଭୋଟ୍ ପାଇଥିଲେ। ବିଜେଡି ନେତା ଲମ୍ବୋଦର ନିଆଲ ୫୬,୪୫୧ ଖଣ୍ଡ ଭୋଟ ପାଇ ହାରି ଯାଇଥିଲେ। 

Leave A Reply

Your email address will not be published.