ଭର୍ତ୍ତୃହରି କଟକରୁ ବିଜେପି ଲୋକସଭା ପ୍ରାର୍ଥୀ

ପୂର୍ବରୁ ବିଜେପି ରାଜ୍ୟର ମୋଟ ୨୧ଟି ଲୋକସଭା ଆସନରୁ ୧୮ଟି ଲୋକସଭା ଆସନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଥିଲା ।

ଭୁବନେଶ୍ୱର: ବିଜେପି ଆଜି ରାଜ୍ୟରେ ବାକିଥିବା ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।

ବିଜେପି ପକ୍ଷରୁ ଜାରି ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । କନ୍ଧମାଳ ଲୋକସଭା ଆସନ ପାଇଁ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁର ସଂରକ୍ଷିତ ଆସନରୁ ଡାକ୍ତର ରବୀନ୍ଦ୍ର ନାରାୟଣ ବେହେରା ବିଜେପିର ଲୋକସଭା ପ୍ରାର୍ଥୀ ହେବେ ।

ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ଅନୁମୋଦନ ପରେ ଏହି ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବରୁ ବିଜେପି ରାଜ୍ୟର ମୋଟ ୨୧ଟି ଲୋକସଭା ଆସନରୁ ୧୮ଟି ଲୋକସଭା ଆସନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଥିଲା ।

କଟକ ଆସନରୁ ୬ଥର ବିଜେଡି ଟିକେଟରେ ବିଜୟୀ ହୋଇଥିବା ଭର୍ତ୍ତୃହରି ଚଳିତ ନିର୍ବାଚନରେ ପ୍ରଥମଥର ପାଇଁ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି । ବିଜେଡି ସେଠାରେ ସନ୍ତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛି । ସେହିପରି କନ୍ଧମାଳରେ ଅଚ୍ୟୁତ ସାମନ୍ତ ଓ ଯାଜପୁରରେ ଶର୍ମିଷ୍ଠା ସେଠୀଙ୍କୁ ବିଜେଡି ପ୍ରାର୍ଥୀ କରିଛି ।

Leave A Reply

Your email address will not be published.