xmas

ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ

ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ।

ଭୁବନେଶ୍ୱର: ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଉଭୟଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ଏନେଇ ଗତକାଲି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅରବିନ୍ଦ ଢାଲି ୨୦୧୯ରେ ବିଜେଡି ଟିକଟରେ ଭୁବନେଶ୍ୱର ଜୟଦେବ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କିନ୍ତୁ କିଛି ଦିନ ତଳେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ବିଜେପି ତାଙ୍କୁ ଜୟଦେବ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

ସେହିପରି ତେଲକୋଇରୁ ବିଜେଡି ଟିକଟରେ ନିର୍ବାଚିତ ହୋଇଥିଲେ ପ୍ରେମାନନ୍ଦ ନାୟକ। ସେ ମଧ୍ୟ କିଛି ଦିନ ତଳେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ଏପର୍ଯ୍ୟନ୍ତ ବିଜେପି ପ୍ରେମାନନ୍ଦଙ୍କୁ କୌଣସି ଆସନରୁ ପ୍ରାର୍ଥୀ କରିନାହିଁ। ଆଗକୁ ଦଳ ତାଙ୍କୁ ପ୍ରାର୍ଥୀ କରିବ କି ନାହିଁ ସ୍ପଷ୍ଟ ହୋଇନାହିଁ।

ଦଳ ବଦଳ ନିୟମ ଅନୁସାରେ ଉଭୟଙ୍କ ବିଧାୟକ ପଦ ରଦ୍ଦ ପାଇଁ ବିଜେଡିର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ। ଏହି ପିଟିସନ ଗ୍ରହଣ କରି ବାଚସ୍ପତି ପ୍ରମିଳା ମଲ୍ଲିକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ କରିଛନ୍ତି।

Leave A Reply

Your email address will not be published.