ବିଜେଡ଼ିରେ ଯୋଗଦେଲେ କଂଗ୍ରେସ ନେତା ସରୋଜ କୁମାର ମହାପାତ୍ର

ଭୁବନେଶ୍ୱର, ୨୫/୦୪/୨୦୨୪: ବରଗଡ ଜିଲ୍ଲା ଅର୍ନ୍ତଗତ ଭଟଲି ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ତଥା ୨୦୧୯ କଂଗ୍ରେସ ବିଧାୟକ ପ୍ରାର୍ଥୀ ସରୋଜ କୁମାର ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କଣ୍ଟାବାଞ୍ଜି ଓ ପଦ୍ମପୁର ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ମୌସମ ମିଶ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ସରୋଜ କୁମାର ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ମିଶ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ବରଗଡ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ମିଶ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସରୋଜ କୁମାର ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ବ୍ଲକ ସଭାପତି ଅଧିକାରୀ ସାହୁ, ଇମାନୁଆଲ ଦତ୍ତ ରଣବୀର, ଯୁଧିଷ୍ଟିର ବାରିକ, ସଂକୀର୍ତ୍ତନ ଦାସ, ରଞ୍ଜିତ ଦାସ, କଂଗ୍ରେସ ଦୁଆନ, ନାରାୟଣ ସାହୁ, ରୋହିତ ବାଗ, ସୁନୀଲ ବେହେରା, ପ୍ରଦ୍ୟୁମ୍ନ ଭୁଏ, ସୁରେଶ ଚନ୍ଦ୍ର ପ୍ରଧାନ ଓ ଅଜିତ କୁମାର ଦାସଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.