ଭୁବନେଶ୍ୱର, ୨୫/୦୪/୨୦୨୪: ବରଗଡ ନିର୍ବାଚନମଣ୍ଡଳୀର ସାମାଜିକ କର୍ମୀ ମିନାକ୍ଷୀ ମିଶ୍ର ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କଣ୍ଟାବାଞ୍ଜି ଓ ପଦ୍ମପୁର ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ମୌସମ ମିଶ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ମିନାକ୍ଷୀ ମିଶ୍ରଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ମିଶ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ମିନାକ୍ଷୀ ମିଶ୍ରଙ୍କ ଯୋଗଦାନ ଫଳରେ ବିଶେଷକରି ବରଗଡ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ମିଶ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ମିନାକ୍ଷୀ ମିଶ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।