ବିଜେଡ଼ିରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରବୀନ୍ଦ୍ର କୁମାର ପାଟ୍ଟଯୋଶୀ

ଭୁବନେଶ୍ୱର, ୦୪/୦୫/୨୦୨୪: କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଧର୍ମଗଡ ନିର୍ବାଚନମଣ୍ଡଳୀର ବିଜେପି ନେତା ତଥା ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରବୀନ୍ଦ୍ର କୁମାର ପାଟ୍ଟଯୋଶୀଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିଜେପି ନେତା ରବୀନ୍ଦ୍ର ପାଟ୍ଟଯୋଶୀଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଧର୍ମଗଡ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ରବୀନ୍ଦ୍ର କୁମାର ପାଟ୍ଟଯୋଶୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ସମିତିସଭ୍ୟ ବିଷ୍ଣୁପ୍ରସାଦ ବୈଶାଲ, ପୂର୍ବତନ ଜୋନ ସଭାପତି ପ୍ରମୋଦ କୁମାର ପଣ୍ଡା, ପୂର୍ବତନ ବିଜେପି ଉପସଭାପତି ଖୁସୀରାମ ରାଉତ ଓ ଖିରସିନ୍ଧୁ ପ୍ରଧାନୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.