ବିଜେଡ଼ିରେ ଯୋଗଦେଲେ କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅମ୍ବିକା ପ୍ରସାଦ ପରିଡ଼ା

ଭୁବନେଶ୍ୱର, ୦୭/୦୫/୨୦୨୪: କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅମ୍ବିକା ପ୍ରସାଦ ପରିଡ଼ାଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ, ମାହାଙ୍ଗା ବିଧାୟକ ତଥା କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ୨୦୨୪ ସାଧାରଣ ନିର୍ବାଚନର କେନ୍ଦ୍ରାପଡ଼ା ବିଜେଡ଼ି ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରା, କେନ୍ଦ୍ରାପଡ଼ା ଜିଲ୍ଲା ଯୁବ ବିଜେଡ଼ି ସଭାପତି ରାଜେଶ ଦାସ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଅମ୍ବିକା ପ୍ରସାଦ ପରିଡ଼ା ଓ ଶତାଧିକ ବିଜେପି କର୍ମୀଙ୍କୁ ଶ୍ରୀ ଜେନା, ଶ୍ରୀ ବେହେରା, ଶ୍ରୀ ଦାସ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଜେନା, ଶ୍ରୀ ବେହେରା, ଶ୍ରୀ ଦାସ ଓ ଡକ୍ଟର ପାତ୍ର୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଅମ୍ବିକା ପ୍ରସାଦ ପରିଡ଼ା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ରଣ ପର୍ବରେ ଦିଲ୍ଲୀପ କୁମାର ଦାଶ, ପ୍ରଦୀପ କୁମାର ନାୟକ, ସୁଶାନ୍ତ ପରିଡ଼ା, ନିର୍ମଳ ନାୟକ, ପ୍ରକାଶ ଚନ୍ଦ୍ର ନାୟକ, ମମତା ମୟୀ ସାମଲ, ଗୌର ପ୍ରସାଦ ମହାପାତ୍ର, ଦେବେନ୍ଦ୍ର ଜେନା, ଗୌରୀ ଶଙ୍କର ଦାସ, ରଞ୍ଜିତା ସେଠୀ, ଭକ୍ତିପଦ ବେହେରା, ଜିତେନ୍ଦ୍ର ମହାନ୍ତି, ସତିଶ କୁମାର ସାହୁ, ହାଡ଼ିବନ୍ଧୁ ସିଂ, ବିପଦ ଭଞ୍ଜନ ଦାସ, ଶିବ ପ୍ରସାଦ ଦାସ, ଗଜେନ୍ଦ୍ର ପରିଡ଼ା, ବିଜୟ କୁମାର ସେଠୀ, ଲକ୍ଷ୍ମଣ ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.