ବିଜେଡ଼ିରେ ଯୋଗଦେଲେ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ବିଜେପି ନେତା ସୁଶାନ୍ତ କୁମାର ପଣ୍ଡା

ଭୁବନେଶ୍ୱର, ୦୭/୦୫/୨୦୨୪: ସୋନପୁର ଜିଲ୍ଲା ଅନ୍ତର୍ଗତ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ବିଜେପି ନେତା ସୁଶାନ୍ତ କୁମାର ପଣ୍ଡାଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସୁଶାନ୍ତ କୁମାର ପଣ୍ଡା ଓ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମହାରାଜପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ସୁଶାନ୍ତ କୁମାର ପଣ୍ଡା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ରଣ ପର୍ବରେ ପ୍ରେମାନନ୍ଦ ପଣ୍ଡା, ମନମୋହନ ସେଠୀ, ବୁଲୁ ପ୍ରଧାନ, ଅନିଲ ପ୍ରଧାନ, ଅମିନ ପ୍ରଧାନ, ସୁମନ୍ତ ରଣା, ଗୌରାଙ୍ଗ ନାଗ, ବଲ୍ଲଭ ବାଗ, ବଂଶୀଧର ବାଗ, ଅଚ୍ୟୁତ ରଣା, କୁଶ ସେଠୀ, ଅଶ୍ୱିନୀ ରଣା, ଭାଗବତ ବିଶି, ଧନେଶ୍ୱର ପଟେଲ, ଈଶ୍ୱର ରଣା, ଅନନ୍ତ ମହାରଣା, ସୁଧୀର ଖଣ୍ଡଗିରିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.