ବିଜେଡ଼ିରେ ଯୋଗଦେଲେ ପୂର୍ବତନ ଛତ୍ରପୁର ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର କର

ଭୁବନେଶ୍ୱର, ୦୭/୦୫/୨୦୨୪: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଛତ୍ରପୁର ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର କରଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଛତ୍ରପୁର ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ନାରାୟଣ ଜେନାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ପ୍ରଶାନ୍ତ କୁମାର କର ଓ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ଜେନା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଛତ୍ରପୁର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ଜେନା କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ପ୍ରଶାନ୍ତ କୁମାର କର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ମାମି ଦାଶ, ସୁଦାମ ଜେନା, ଗୋକୁଳ ପ୍ରଧାନ, ପ୍ରମୋଦ ମହାରଣା, ସୀମାଞ୍ଚଳ ଦାଶ, ଅନାଥ ମହାରଣା, ସୁଦଷ୍ନା ମହାନ୍ତି, ଦଣ୍ଡପାଣି ବେହେରା, ଚିନ୍ତାମଣି ବେହେରା, ଚିତ୍ରସେନ ବେହେରା, ମଙ୍ଗୁଳୁ ପ୍ରଧାନ, ବିଳାଶ ନାହାକ, ଚନ୍ଦ୍ରମୋହନ ବେହେରା, ବସନ୍ତ ଦାଶ, କୁମାରୀ ବେହେରା, ପ୍ରକାଶ ନାୟକ, ସାବିତ୍ରୀ ରାଣୀ ପଟ୍ଟନାୟକ, ଭାସ୍କର ଦାସ, ବାଦଲ ବେହେରା, ନାରାୟଣ ବେହେରା, ସୁରେଶ ବେହେରା, ସରୋଜିନୀ ବେହେରାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.