ବିଜେଡ଼ିରେ ଯୋଗଦେଲେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅଖିଳ କୁମାର ପଟ୍ଟନାୟକ

ଭୁବନେଶ୍ୱର, ୦୮/୦୫/୨୦୨୪: ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅଖିଳ କୁମାର ପଟ୍ଟନାୟକ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଅଖିଳ ପଟ୍ଟନାୟକଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଅଖିଳ ପଟ୍ଟନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.