ବିଜେଡ଼ିରେ ଯୋଗ ଦେଲେ ଚିଲିକା ନିର୍ବାଚନମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା

ଭୁବନେଶ୍ୱର, ୦୮/୦୫/୨୦୨୪: ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀ ଓ କର୍ମକର୍ତ୍ତାଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଚିଲିକା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି କର୍ମୀ ଓ କର୍ମକର୍ତ୍ତାମାନେ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ମନୋରମା ବେହେରା, କିଶୋର ବେହେରା, ବିଭୂତି ରଂଜନ ବେହେରା, କାହ୍ନୁ ଚରଣ ବେହେରା ଓ ସୁକଦେବ ବେହେରା, ବିଦ୍ୟାଧର ବେହେରା, ସୁବାଶ ବେହେରା ଓ ସୁଶାନ୍ତ ବେହେରାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.