ମାହାଙ୍ଗାର ସାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକଙ୍କୁ ଟିକେଟ ନମିଳିବାରୁ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ଭୁବନେଶ୍ବର: ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କୁ ବହିଷ୍କାର କରାଯାଇଛି। ସେହିପରି ସାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କରାଯାଇଛି।
ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡି ଟିକେଟରେ ପାଟକୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ମାହାଙ୍ଗାର ସାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକଙ୍କୁ ବିଜେପିରୁ ଟିକେଟ ନମିଳିବାରୁ ଉଭୟ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।