ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା

ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ।

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ। ଠିକ୍ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ରାଜଭବନ ପକ୍ଷରୁ ପ୍ରକାଶ ପାଇଛି ମନ୍ତ୍ରୀମାନଙ୍କ ତାଲିକା। ମୁଖ୍ୟମନ୍ତ୍ରୀଙ୍କ ସହିତ ଆଜି ଶପଥ ନେବେ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ। ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ  ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେବେ। ଏମାନଙ୍କ ସହିତ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

Leave A Reply

Your email address will not be published.