xmas

କାଲି ଖୋଲିବ ରତ୍ନଭଣ୍ଡାର

କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ।

ପୁରୀ: ଆସନ୍ତାକାଲି ଅର୍ଥାତ ରବିବାର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ SOP ପ୍ରଦାନ କରାଯାଇଛି। ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିବା ପରେ ଏସ୍‌ଓପି ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ପ୍ରତିଟି ଦିଗକୁ ଅତି ଗୁରୁତ୍ବର ସହ, ସତର୍କତାର ସହ ତର୍ଜମା କରାଯାଇଛି ଏସ୍‌ଓପି ପ୍ରସ୍ତୁତ କରାଯାଇଛି।

ଅତ୍ୟନ୍ତ ନିଖୁଣ ଭାବେ ରତ୍ନଭଣ୍ଡାର ଗଣତି ମଣତି କରାଯିବ।  ହାଇପାୱାର କମିଟି ସଦସ୍ୟ ମଧ୍ୟ ଏହାର ତର୍ଜମା କରିଛନ୍ତି। ସରକାରଙ୍କୁ ଗତ ୯ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ୧୪ ତାରିଖରେ ଖୋଲିବାକୁ ଅନୁମତି ମଗାଯାଇଥିଲା। ଯାହା ପରେ ସରକାର ଏସ୍‌ଓପି ପ୍ରସ୍ତୁତ କରି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଛନ୍ତି। କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ RBIର ସହାୟତା ନିଆଯିବ। ତାଙ୍କ ପ୍ରତିନିଧି ଉପସ୍ଥିତ ରହିବେ ଓ ଆମ ଟିମ୍‌କୁ ସହାୟତା କରିବେ। ସ୍ୱଚ୍ଛତାର ସହ ପ୍ରକ୍ରିୟା ପରିଚାଳନା କରିବା ଦାୟିତ୍ୱ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କର।

ଅଳଙ୍କାରର ସଂଖ୍ୟା, ମାନ ଏବଂ ଓଜନ ନିର୍ଦ୍ଧାରଣ କରାଯିବ। ଅଳଙ୍କାରଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ। ଫଟୋଗ୍ରାଫ କରାଯାଇ ଏକ ଡିଜିଟାଲ କାଟାଲଗ୍‌ ତିଆରି ହେବ। ଆଗାମୀ ଦିନ ପାଇଁ ଏହା ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ରହିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। 

Leave A Reply

Your email address will not be published.