xmas

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ

ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିଛି।

ଭୁବନେଶ୍ୱର: ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ଏନ୍‌ବିଏସ୍ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। 

ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ୧୯୯୬ ବ୍ୟାଚ୍‌ର ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ର ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା। 

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ପୂର୍ବଭଳି ସେ ଶକ୍ତି ବିଭାଗର ପ୍ରମୁଖ ସଚିବ ଓ OSSSCର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

Leave A Reply

Your email address will not be published.