ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା
ଭୁବନେଶ୍ବର: ସୁଭଦ୍ରା ଯୋଜନା ପାଇଁ ଆଜି ଆସିଛି ଏସ୍ଓପି। ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କିଭଳି ଆବେଦନ କରିବେ
- ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ରରେ ଆବେଦନ କରିହେବ
- ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ ଓ ହିତାଧିକାରୀ ସେହି ଫର୍ମ ପୂରଣ କରି ସୁଭଦ୍ର ସହାୟତା ପାଇଁ ଆବେଦନ କରିହେବ
- ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।
କେଉଁମାନେ ସୁଭଦ୍ରା ସହାୟତା ପାଇବେନି
- ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା
- ସରକାରୀ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା
- ଆୟକର ପ୍ରଦାନ କରୁଥିବା ମହିଳା ମଧ୍ୟ ସହାୟତା ପାଇବେନି
- ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମିଳିବନି
- ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମିଳିବନି ‘ସୁଭଦ୍ରା’
କେଉଁମାନେ ସୁଭଦ୍ରା ସହାୟତା ପାଇବେ
- ୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା
- ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା
- ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଦିଆଯିବ ସହାୟତା ରାଶି
- ବର୍ଷକୁ ୧୦ ହଜାର, ୫ ବର୍ଷରେ ୫୦ ହଜାର ପାଇବେ
- ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଦିଆଯିବ ଟଙ୍କା
- ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା
- ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ
- ହିତାଧିକାରୀଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଡେବିଟ୍ କାର୍ଡ
- ସୁଭଦ୍ରା ଯୋଜନାରେ ଅତିରିକ୍ତ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ସରକାର
- ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା
- ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ
- ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ଶହ
- ୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି।
- ଏହି ଯୋଜନାକୁ କାର୍ଯ୍ୟକାରୀ ଓ ତଦାରଖ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଏକ ‘ସୁଭଦ୍ରା ସୋସାଇଟି’ ଗଠନ କରାଯିବ ।