xmas

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳନ

ମାଲକାନଗିରି, ୯।୧୦ ମାଲକାନଗିରି ଜିଲ୍ଲାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି । ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଉତ୍କଳମଣିଙ୍କ ପ୍ରତିମୂର୍ତିରେ ପୂର୍ବାହ୍ନରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କ ସ୍ମୃତି ପ୍ରତି ଭକ୍ତିପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାଂସଦ ବଳଭଦ୍ର ମାଝୀ ଯୋଗ ଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଉପସ୍ଥିତ ଅତିଥି ମାନେ ଉତ୍କଳମଣୀଙ୍କ ଜୀବନୀ ସମ୍ପର୍କରେ ଉଦ୍ୱୋଧନ ଦେଇଥିଲେ । ସେହିପରି ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଗୋପୀ କୃଷ୍ଣ ପଟ୍ଟନାୟକ, ଅଧ୍ୟାପକ ରଞ୍ଜନ ସ୍ୱାଇଁ, ଶିକ୍ଷାବିତ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଅବସର ପ୍ରାପ୍ତ ଅଧ୍ୟାପକ ସରୋଜ ସାହୁ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ର କର୍ମଚାରୀ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିଥି ମାନେ ଉତ୍କଳମଣୀଙ୍କ ସମାଜ ପ୍ରତି ତ୍ୟାଗ, ଓ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

Leave A Reply

Your email address will not be published.