ଭୁବନେଶ୍ୱର , ୯/୧୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର୍ୟାଙ୍କିଙ୍ଗ୍-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।
ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ସୋଆ ୨୦୨୪ରେ ୧୪୩ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୨୫ରେ ୬୪ ତମ ସ୍ଥାନରେ ପହଂଚିଛି । ସେହିପରି ଏସିଆ ୟୁନିଭର୍ସିଟି ର୍ୟାଙ୍କିରେ ୨୦୨୪ରେ ସୋଆ ୫୦୧-୫୫୦ ବ୍ରାକେଟରେ ଥିବାବେଳେ ୨୦୨୫ରେ ଏଥିରେ ଉନ୍ନତି ହୋଇ ୨୭୮ ସ୍ଥାନରେ ପହଂଚିଛି ସୋଆ ।
କ୍ୟୁଏସ ୱାର୍ଲ୍ଡ ୟୁନିଭର୍ସିଟି ର୍ୟାଙ୍କିଂରେ ୨୦୨୪ରେ ସୋଆ ୧୨୦୧-୧୪୦୦ ବ୍ରାକେଟରେ ଥିବାବେଳେ ନିକଟରେ ପ୍ରକାଶ ପାଇଥିବା ତାଲିକାରେ ଏହି ସ୍ଥିତିକୁ ବଜାୟ ରଖିଛି ।
ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର୍ୟାଙ୍କିଂ ଫ୍ରେମ୍ୱାର୍କ (ଏନଆଇଆରଏଫ) ର୍ୟାଙ୍କିଂ ୨୦୨୪ରେ ସୋଆ ଦେଶରେ ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ର୍ୟାଙ୍କ ପାଇଥିଲା । ୨୦୧୬ ରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଏନଆଇଆରଏଫ ର୍ୟାଙ୍କିଂରେ ପ୍ରତିଥର ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସ୍ଥାନୀତ କରିପାରିଛି ସୋଆ ।