ଓଡ଼ିଶାରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି; ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।

ଆଜି ରାଜ୍ୟପାଳ ପୁରୀ ଯିବା କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି।

କିଛି ଦିନ ତଳେ ଓଡିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ ରଘୁବର ଦାସ । ଏହାପରେ ରାଷ୍ଟ୍ରପତି ଡ. କେ ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ । ତେବେ ଗୁରୁବାର ଦିନ ଭୁବନେଶ୍ୱର ପହଞ୍ଚିବା ପରେ ବିଶ୍ରାମ ନେବେ । ଏହାପରେ ଶୁକ୍ରବାର ଦିନ ସକାଳେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ସେଠାରୁ ଫେରିବା ପରେ ରାଜଭବନରେ ଓଡିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ କେ. ହରିବାବୁ । 

ସୂଚନାଯୋଗ୍ୟ ଯେ, ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ କେ.ହରିବାବୁ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି । ଏବେ ମିଜୋରାମର ରାଜ୍ୟପାଳ ଅଛନ୍ତି କେ. ହରିବାବୁ। ୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ  ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.