ପୋୖରାଧ୍ୟକ୍ଷାଙ୍କ ଉଦ୍ୟମରେ ପୋଖରୀ ସଫେଇ ଓ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ

ଫୁଲବାଣୀ -୨୨/୦୮ ଫୁଲବାଣୀ ପୋୖରାଧ୍ୟକ୍ଷା ଶ୍ରୀମତୀ ସ୍ମିତା ମହାନ୍ତିଙ୍କ ନିର୍ଦେଶରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଦେବ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଫୁଲବାଣୀ ସହରର ବଜାରର ନିକଟରେ ଥିବା ପୋଖରୀ ଗୁଡିକର ଅଳିଆ ଆବର୍ଜନା ଓ ଦଳ ଆଦି ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି l ପୋୖରାଧ୍ୟକ୍ଷା ନିଜେ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରୁ ଥିବା ଦେଖିବାକୁ ମିଳିଛି l ଦୀର୍ଘ ବର୍ଷ ହେଲା ପୋଖରୀ ଗୁଡିକ ସଫେଇ ନ ହୋଇ ଅଳିଆ ଆବର୍ଜନା ସାଙ୍ଗକୁ ଦଳ ଭର୍ତ୍ତି ହୋଇ ଅପରିଷ୍କାର ହୋଇ ପଡିଥିଲା l ଲୋକେ ପ୍ରାୟତଃ ବ୍ୟବହାର କରୁନଥିଲେ l ବର୍ତମାନ ପୋୖରାଧ୍ୟକ୍ଷା ସ୍ମିତାଙ୍କ ନିଷ୍ଠାପର ଉଦ୍ୟମ, ଆଗ୍ରହ ଆନ୍ତରିକତା, ଓ କାର୍ଯ୍ୟ ଦକ୍ଷତା ଯୋଗୁଁ ଏହି ସବୁ ପୋଖରୀ ଗୁଡିକର ସଫେଇ ଓ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି l ଏହା ଯେପରି ଆଗ ଭଳି ବ୍ୟବହାର ଯୋଗ୍ୟ ହୋଇପାରିବ ଓ ଖରା ଦିନେ ଜଳକଷ୍ଟ ଦୂର ହୋଇପାରିବ ସେଥିପ୍ରତି ପୌରପରିଷଦ ବିଶେଷ ଦ୍ରୁଷ୍ଟି ଦେଉଥିବା ପୋୖରାଧ୍ୟକ୍ଷା ଶ୍ରୀମତୀ ସ୍ମିତା ରାଣୀ ମହାନ୍ତି କହିଛନ୍ତି l ଏଥିରେ ସହରବାସିଙ୍କ ସହୋଯୋଗ କାମନା କରିଛନ୍ତି ସ୍ମିତା l ସହରବାସୀଙ୍କ ସହଯୋଗ ରହିଲେ ଫୁଲବାଣୀ ସହରକୁ ସରସ ସୁନ୍ଦର ଓ ଆକର୍ଷଣୀୟ ସହର ଭାବେ ପରିଗଣିତ ହୋଇପାରିବ ବୋଲି ସ୍ମିତା ଆହୁରି କହିଛନ୍ତି l ନଗର ବିଜେପି ସଭାପତି ସୁଶାନ୍ତ ମହାନ୍ତି ମଧ୍ୟ ସହରକୁ କ୍ଲିନ ଓ ଗ୍ରୀନ ସିଟିରେ ପରିଣତ କରିବାଲାଗି ଉଦ୍ୟମ କରାଯାଉଥିବା କହିଛନ୍ତି l ଦାଇତ୍ୱ ଗ୍ରହଣ କରିବାର କମ ଦିନ ମଧ୍ୟରେ ସହରର ରାସ୍ତା, ଡ୍ରେନ, ଆଲୋକ ବ୍ୟବସ୍ଥା, ସଫେଇ ରେ ବ୍ୟାପକ ସୁଧାର ଆସିଥିବା ବିଜେପି ନଗର ସଭାପତି ସୁଶାନ୍ତ କହିଛନ୍ତି l ୧ ନମ୍ବର କାଉନ୍ସିଲର ମୃତ୍ୟୁଞ୍ଜୟ ପେରା, ବିକ୍ରମ ବେହେରା ମଧ୍ୟ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରୁଥିବା ଦେଖାଯାଇଥିଲା l

Leave A Reply

Your email address will not be published.