ରାଜ୍ୟ କ୍ୟାବିନେଟ୍‌ରେ ୩୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି ବୈଠକରେ ମୋଟ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ଜଟଣୀ ତହସିଲର ଜାମୁକୋଳିରେ ହେବ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ । ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେବେ ୫ ଏକର ଜମି । ଏଥିସହ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ ମଞ୍ଜୁରୀ ମିଳିଛି । ଏଥିସହ ୮୭୫କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରୀ । କୋଭିଡ ମହାମାରୀ ପାଇଁ ମନ୍ତ୍ରିସ୍ତରୀୟ କମିଟିର ନିଷ୍ପତ୍ତି ଉପରେ ମୋହର ମରାଯାଇଛି । ରାଜ୍ୟର ଶିଳ୍ପାନୁଷ୍ଠାନକୁ ଚୂନ ପଥର ଯୋଗାଣ ଏଣିକି ସୁନିଶ୍ଚିତ ହେବ ।

ଏହି ଚୁନ ପଥର ଓଏମସି ଜରିଆରେ ଯୋଗାଇ ଦିଆଯିବ । ସ୍ୱେଚ୍ଛାକୃତ ଅବସର ପରେ ଆଇଆର୍‌ଟିଏସ୍ ଅଫିସର ମନୋଜ ମିଶ୍ରଙ୍କୁ ମିଳିବ ଚୁକ୍ତିଭିତିକ ନିଯୁକ୍ତି । ସେହି ପଦବୀରେ ରାଜ୍ୟ ସରକାର ଦେବେ ନିଯୁକ୍ତି । ସେହିପରି ୯ଟି ମେଗା ଲିଫ୍ଟ ପ୍ରୋଜେକ୍ଟକୁ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ । ୩୬ ମାସ ଭିତରେ କାର୍ଯ୍ୟକ୍ଷମ ହେବ ଏହି ପ୍ରକଳ୍ପ । ସେହିପରି ୧୪ଟି ମେଗା ଲିଫ୍ଟ ପ୍ରୋଜେକ୍ଟ କେନ୍ଦୁଝର ଜିଲ୍ଲାରେ ହେବ । ୧୭ ହଜାର ହେକ୍ଟର ଜମି ଜଳସେଚିତ ହେବ । ଯେଉଁ କମ୍ପାନୀ ଏହି ଟେଣ୍ଡର ନେବ ତାହାକୁ ୧୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱ ନେବେ ବୋଲି କୁହାଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବକୁ ମୋହର ମରାଯାଇଛି । ସୁବର୍ଣ୍ଣପୁର -ବିନିକା ରାସ୍ତାକୁ ଉନ୍ନତିକରଣ କରିବା କାର୍ଯ୍ୟକୁ ଅନୁମୋଦନ ଦିଆଯାଇଛି ।

ବୈତରଣୀ ନଦୀରେ ନିର୍ମାଣ ହେବ ଆଉ ଦୁଇଟି ବ୍ୟାରେଜ୍ । ୨୦୦ କୋଟି ଖର୍ଚ୍ଚ ହେବ । ବଲାଙ୍ଗୀର ଜିଲ୍ଲାର ଲୋୟର ସୁକତେଲର ଲେଫ୍ଟ କମାଣ୍ଡ ଏରିଆରେ ପାଣି ଯୋଗାଇ ଦିଆଯିବ । ଭୂତଳ ଜଳ ଯୋଗାଣ ଉପରେ ମୋହର ବାଜିଛି । ଏନେଇ ୬୩୪ କୋଟି ଟଙ୍କା ଖର୍ଚ୍ଚ ହେବ । ବଲାଙ୍ଗୀର ଜିଲ୍ଲାର ୧୩ ହଜାର ହେକ୍ଟର ଚାଷ ଜମିକୁ ପାଣି ମାଡ଼ିବ । ମହାନଦୀ ଓ ବ୍ରାହ୍ମଣୀର ୯ଟି ମେଗା ଲିଫ୍ଟ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ୪୩୧ କୋଟି ବ୍ୟୟ ହେବ ।

କେନ୍ଦୁଝରରେ ୧୪ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି । ୫୧୧ କୋଟି ବ୍ୟୟ ଅଟକଳ କରାଯାଇଛି । ପାର୍ବତୀ ଗିରି ବୃହତ ଜଳସେଚନ ପ୍ରକଳ୍ପରେ ମେଗା ଲିଫ୍ଟ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ୪୩୦ କୋଟି ଟଙ୍କା ଖର୍ଚ୍ଚ ହେବ । ଭୁବନେଶ୍ୱରରେ ବିଧାୟକଙ୍କ ନିମନ୍ତେ ଗୃହ ନିର୍ମାଣ ପାଇଁ ମଧ୍ୟ ଯେଉଁ ପ୍ରସ୍ତାବ ଦିଆଯାଇଥିଲା, ତାହାକୁ ଅନୁମୋଦନ ମାରିଛନ୍ତି ରାଜ୍ୟ ସରକାର । ରାଜ୍ୟର ସ୍ପୋର୍ଟସ ହଷ୍ଟେଲରେ ପଢୁଥିବା ପିଲାମାନଙ୍କ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ୧୫ ପ୍ରତିଶତ ଆସନ ସରକ୍ଷଂଣ ବ୍ୟବସ୍ଥା କରାଯାଇଛି । ଯାହାଦ୍ୱାରା ଖେଳ ପ୍ରତି ପିଲାମାନଙ୍କ ଇଛାଶକ୍ତି ବୃଦ୍ଧି ଘଟିବ ବୋଲି କୁହାଯାଇଛି ।

Leave A Reply

Your email address will not be published.