xmas

ଅନୁସୂଚିତ ଜାତି ଜନଜାତି ବିଭାଗ ପକ୍ଷରୁ ଜୀବନ କୌଶଳ ଓ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଜିଲ୍ଲା ମଙ୍ଗଳ ବିଭାଗ ଦ୍ଵାରା ଆୟୋଜିତ ଜୀବନ କୌଶଳ ଓ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମର ଏକ ବୈଠକ ଡି ଆର୍ ଡି ଏ ସମ୍ମିଳନୀ କକ୍ଷରେ ଅନୁଷ୍ଟିତ ହୋଇଯାଇଛି । ଏହି ବୈଠକରେ ଆଇ ଟି ଡି ଏ ପ୍ରକଳ୍ପ ପ୍ରଶାସକ ତ୍ରିନାଥ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା, ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜୋକ ଏନ ଏଚ ଏମ, ଜିଲ୍ଲା ସୁରକ୍ଷା ଅଧିକାରୀ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଏଲ ଏସ ଇ, କୋରାପୁଟ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ସମସ୍ତ ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟର ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହିଥିଲେ । ଜିଲ୍ଲା ମଙ୍ଗଳ ଅଧିକାରୀ ଦକ୍ଷତା, ଜୀବନ କୌଶଳ, ଦକ୍ଷତାର ଗୁରୁତ୍ଵ ଓ ଉଦ୍ଦେଶ୍ୟ, ଜୀବନ କୌଶଳର ଗୁରୁତ୍ଵ, ଉଦ୍ଦେଶ୍ୟ, ଜୀବନ କୌଶଳ କାର୍ଯ୍ୟକ୍ରମର କର୍ଯ୍ୟସୈଳି ସଂପର୍କରେ ପୁଙ୍ଖାନୁପୁଙ୍ଖ ଭାବରେ ବିଶ୍ଳେଷଣ କରିଥିଲେ । ପ୍ରକଳ୍ପ ପ୍ରଶାସକ ବିଦ୍ୟାଳୟ ସମସ୍ୟା ଓ ତାର ଦୂରୀକରଣ, ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

Leave A Reply

Your email address will not be published.