xmas

ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ମାଲକାନଗିରି: ମାଲକାନଗିରି ସଦର ବ୍ଲକ ସିନ୍ଦ୍ରିମାଲ ଗ୍ରାମ ପଞ୍ଚାୟତର ୫ଟି ସରକାରୀ ଉନ୍ନତି ଉଚ୍ଚ କସ୍ତୁରବା ବିଦ୍ୟାଳୟ ଠାରେ ଆଜି ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ମାଲକାନଗିରି ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀ ତଥା ପ୍ରକଳ୍ପ ସଂଯୋଜକ ଶ୍ରୀ ମାନସ କୁମାର ଜେନା ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ମଣ୍ଡଳ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥଧର ଓ ସିନ୍ଦ୍ରିମାଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଘାସି ନାୟକ ପ୍ରମୁଖ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟତ୍ରୀ ବାସନ୍ତୀ ପଟଲା ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ବହୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ବିଭିନ୍ନ ବିଦ୍ୟାଳୟ ସମସ୍ତର ଶିକ୍ଷକ ଶିକ୍ଷୟତ୍ରୀ ସିନ୍ଦ୍ରିମାଲ ଗ୍ରାମ ପଞ୍ଚାୟତର ବହୁ ବରିଷ୍ଠ ବୁଦ୍ଧିଜୀବୀଙ୍କ ସହ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶିବ ମାଡକାମୀ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।

Leave A Reply

Your email address will not be published.