ଧାମନଗରରେ ବିଜେପି ବିଜୟୀ, ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଧାମନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ ହୋଇଛନ୍ତି । ଦଳର ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ଧାମନଗର ଉପନିର୍ବାଚନରେ ଧର୍ମର ଜୟ ତଥା ଧାମନଗରର ବିଜୟ ହୋଇଛି । ଗଣତନ୍ତ୍ରର ବିଜୟ ହୋଇଛି । ଏହି ବିଜୟ, ଧାମନଗରର ମାତୃଶକ୍ତି, ଯୁବଶକ୍ତିର ବିଜୟ । ସ୍ୱର୍ଗୀୟ ବିଷ୍ଣୁ ଭାଇଙ୍କ ପ୍ରତି ଅଞ୍ଚଳବାସୀଙ୍କର ଥିବା ଭଲ ପାଇବାର ବିଜୟ । ଓଡ଼ିଆ ସ୍ୱାଭିମାନର ବିଜୟ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବାବା ଆଖଣ୍ଡଳମଣିଙ୍କ ଆଶୀର୍ବାଦରୁ ଜନସାଧାରଣଙ୍କ ଭଲ ପାଇବା ଓ ଆମ କାର୍ୟ୍ୟକର୍ତ୍ତାଙ୍କ ପରିଶ୍ରମ ସାର୍ଥକ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ରହିଛି । ଆମ ଦଳକୁ ବିଜୟୀ କରିଥିବା ଧାମନଗରବାସୀଙ୍କୁ ଅଶେଷ ଅଶେଷ କୃତଜ୍ଞତା ଜ୍ଞାପନ କରୁଛି।

ଧାମନଗର ମାଟି ହେଉଛି ରାଜା ମୁକୁନ୍ଦ ଦେବଙ୍କର ବୀରତ୍ୱ ଗାଥାର ସ୍ମୃତିକୁ ସାଉଁଟି ରଖିଥିବା ମାଟି । ଏହି ଅଞ୍ଚଳର ସ୍ୱାଭିମାନୀ ଧାମନଗରବାସୀମାନେ ସର୍ବଦା ଯୋଗ୍ୟ ପ୍ରତିନିଧିଙ୍କୁ ନିର୍ବାଚିତ କରିଥା’ନ୍ତି । ସୂରଜଙ୍କ ପରି ଯୋଗ୍ୟ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଥିବାରୁ ମୁଁ ଧାମନଗରବାସୀଙ୍କୁ ଧନ୍ୟବାଦ ଜଣାଉଛି । ଏହି ଉପନିର୍ବାଚନରେ ବିଜୟୀ ହୋଇଥିବା ଆମ ଦଳର ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଶୁଭେଚ୍ଛା ଜଣାଉଛି ।

ବିଜେଡିର ଅବନ୍ତୀ ଦାସଙ୍କୁ ହରାଇଛନ୍ତି ସୁରଜ । ୯ ହଜାର ୮୮୧ ଭୋଟରେ ବିଜେଡି ପ୍ରାର୍ଥୀ ଅବନ୍ତି ଦାସଙ୍କୁ ହରାଇଲେ ବିଜେପିର ସୂର୍ୟ୍ୟବଂଶୀ ।

Leave A Reply

Your email address will not be published.