ଫୁଲବାଣୀ, ୦୨/୧୧: ଗଂଜାମ ଜିଲ୍ଲା ଗୋପାଳପୁର ପୋଲିସର ଅମାନବୀୟତା ଓ ବର୍ବରତା l କୌଣସି କାରଣ ନଥାଇ ଗଂଜାମ ଜିଲ୍ଲା ଗୋପାଳପୁର ଥାନା ଅଧିକାରୀ ଶ୍ରୀକାନ୍ତ ଖମାରିଙ୍କ ନିର୍ଦେଶରେ କୁଆଡେ କିଛି ପୋଲିସ ଏକ ବେସରକାରୀ ଗାଡ଼ିରେ ଆସି ଗତ ୨୭ ତାରିଖ ଦିନ ବିଳମ୍ବିତ ରାତିରେ କନ୍ଧମାଳ ଜିଲ୍ଲା ରାଇକିଆ ସହରର କନ୍ୟାଶ୍ରମ ରୋଡରେ ରହୁଥିବା ରେଡି ମେଡ଼ ଗାର୍ମେଣ୍ଟସ ବ୍ୟବସାୟୀ ସୁମନ୍ତ କୁମାର ସାହୁଙ୍କ ଘରେ ପଶି ସାହି ଲୋକଙ୍କ ବାରଣ ସତ୍ୱେ ତାଙ୍କୁ ଯୋର ଜବରଦସ୍ତ ଉଠାଇ ଗୋପାଳପୁର ଥାନାକୁ ନେଇ ସେଠାରେ ନିସ୍ତୁକ ମାଡ଼ ମାରିବା ଫଳରେ ସେ ଆହତ ହୋଇଥିଲେ ଫଳରେ ପ୍ରଥମେ ସୁମନ୍ତ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ ଓ ପରେ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ l ଗୋପାଳ ପୁର ପୋଲିସ ର ଏଭଳି ଅମାନବୀୟ କାର୍ଯ୍ୟକୁ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l ଏ ନେଇ ସୁମନ୍ତ କନ୍ଧମାଳ ଏସପି ବିନୀତ ଅଗ୍ରୱାଲଙ୍କୁ ଭେଟି ଜଣାଇବା ପରେ କନ୍ଧମାଳ ଏସପି ଅଗ୍ରୱାଲଙ୍କ ନିର୍ଦେଶରେ ରାଇକିଆ ଥାନା ଅଧିକାରୀ ରମାକାନ୍ତ ପାତ୍ର ବର୍ତମାନର ଗୋପାଳପୁର ଥାନା ଅଧିକାରୀ ଓ ପୂର୍ବତନ ରାଇକିଆ ଥାନା ଅଧିକାରୀ ଶ୍ରୀକାନ୍ତ ଖମାରି ଓ ସ୍ମୃତି ରେଖା ସାହୁଙ୍କ ନାମରେ ଧାରା ୩୪୧/୩୨୩/୨୯୪/୫୦୬/୪୨୦/୧୨୦-ବି ରେ ମାମଲା ରୁଜୁ ହୋଇଥିବା ଜଣାପଡିଛି l ପୋଲିସ ମାଡରେ ଆହତ ସୁମନ୍ତଙ୍କ ସ୍ତ୍ରୀ ସୁଭଦ୍ରା କୁମାରୀ ଚନ୍ଦନ ରାଇକିଆ ଥାନାରେ ଏତଲା ଦେଇଥିବା ଜଣାପଡିଛି l ସୂଚନା ଯୋଗ୍ୟ ଯେ, ରାଇକିଆ ଅଞ୍ଚଳର ସ୍ମୃତି ରେଖା ସାହୁ ନାମକ ଜଣେ ମହିଳାଙ୍କ ଠାରୁ ବ୍ୟବସାୟି ସୁମନ୍ତ ପାଖାପାଖି ଚାରି ଲକ୍ଷ ଟଙ୍କା ଧାର ସୂତ୍ରରେ ଆଣିଥିଲେ ଆଉ ସୁଧ ସହ ଫୋନ ପେ, ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଫେରାଇଥିଲେ l ତେବେ ଭୂଲ ବଶତଃ ଧାର ଆଣିବା ବେଳେ କରିଥିବା ଏଗ୍ରିମେଣ୍ଟ ପେପର ସ୍ମୃତି ରେଖାଙ୍କ ଠାରୁ ଆଣିନଥିଲେ ଫଳରେ ତାର ସୁଯୋଗରେ ସ୍ମୃତି ପୁଣି ଟଙ୍କା ଦାବି କରି ଆଗରୁ ପରିଚୟ ଥିବା ପୂର୍ବତନ ରାଇକିଆ ଥାନାଧିକାରୀ ଓ ବର୍ତମାନ ଗୋପାଳପୁର ଥାନା ଅଧିକାରୀ ଖମାରିଙ୍କ ସାହାଯ୍ୟ ନେଇଥିଲେ l ଆଉ ଖମାରି ପୋଲିସ ପଠାଇ ସୁମନ୍ତଙ୍କୁ ଗୋପାଳପୁର ନେଇ ମାଡ ମାରିଥିବା ଅଭିଯୋଗ ହୋଇଛି l ତେବେ ସ୍ମୃତି ରେଖା ରାଇକିଆ ଥାନାରେ ଅଭିଯୋଗ ନକରି ଗୋପାଳପୁର ଥାନାଅଧିକାରୀଙ୍କୁ କେଉଁ ଆଧାରରେ ଜଣାଇଥିଲେ ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି l ପୋଲିସ ଡିଜି, ରାଜ୍ୟ ମାନବାଧିକାର କମିଶନ ଦୃଷ୍ଟି ଦେଇ ଥାନାଧିକାରୀ ଖମାରି ଓ ତାଙ୍କ ବୋଲକରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି l
Sign in
Sign in
Recover your password.
A password will be e-mailed to you.