ଭୁବନେଶ୍ୱର, ଜୁଲାଇ ୨୪: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଉତର ପଶ୍ଚିମ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ପ୍ରଭାବରେ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସିଇସି ପକ୍ଷରୁ କୁହାଯାଇଛି ।
ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଖୋର୍ଦ୍ଧା ଓ ପୁରୀ ବ୍ୟତୀତ କଟକ ଓ ଜଗତସିଂହପୁରର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ଜଣାପଡ଼ିଛି ।
ଜୁଲାଇ ୨୬ ବେଳକୁ ଏହି ଲଘୁଚାପ ଅବପାତର ରୂପ ନେବା ସହ ଜୁଲାଇ ୨୮ ତାରିଖରୁ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୩୦ ସୁଦ୍ଧା ଅନ୍ୟ ଗୋଟିଏ ଲଘୁଚାପ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ମଧ୍ୟରେ ଉତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।