ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦି; ଆଇଆଇଏମର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆଇଆଇଏମର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ।

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆଇଆଇଏମର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ କରିଥିଲା। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍‌ରେ ସମ୍ବଲପୁରସ୍ଥିତ ଆଇଆଇଏମ କ୍ୟାମ୍ପସ୍‌ରେ ସେ ଅବତରଣ କରିଥିଲେ।

ସେଠାରେ ସେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେଇଛନ୍ତି ।

ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ। ମୋଦିଙ୍କ ଗସ୍ତ ପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଆଇଆଇଏମର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି।

ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ।

ରେମେଡ ସଭାସ୍ଥଳରେ ୩ଟା ୧୫ରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବା ପରେ ଅପରାହ୍ନ ୫ଟା ବେଳେ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.