ନିର୍ବାଚନ ପୂର୍ବରୁ କାମଚଳା ବଜେଟ ଉପସ୍ଥାପନ
ଭୁବନେଶ୍ୱର: ବିଧାନସଭାରେ ଆଜି ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ନିର୍ବାଚନ ପୂର୍ବରୁ ସେ ଉପସ୍ଥାପନ କରିଛନ୍ତି କାମଚଳା ବଜେଟ। ସେ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ସେ କ’ଣ ସବୁ କହିଛନ୍ତି ସଂକ୍ଷେପରେ ପଢନ୍ତୁ।
- ରାଜ୍ୟର ଅଭିବୃଦ୍ଧି ହାର ୭.୨୫% ରହିଛି, ଜାତୀୟ ହାରଠାରୁ ୧% ଅଧିକ ରହିଛି
- ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ
- ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ହଜାର କୋଟିର ରିଭଲ୍ଭିଂ ଫଣ୍ଡ ବ୍ୟବସ୍ଥା
- ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ
- ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ
- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ
- ଆମ ଓଡ଼ିଶା ନବୀନ ଓଡ଼ିଶାରେ ୪ ହଜାର କୋଟିରୁ ଅଧିକ ବ୍ୟୟ ଯୋଜନା
- ଓଡ଼ିଶା ଏବେ ୧ ଶହ ବିଲିୟନ ଡଲାରରୁ ଅଧିକ ଅର୍ଥନୀତିରେ ପରିଣତ
- କୃଷି ପାଇଁ ବଜେଟରେ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ
- ୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି
- ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟିର ବ୍ୟୟବରାଦ
- ୨୦୨୪-୨୫ ଆର୍ଥିକ ବର୍ଷରେ ମେଟ୍ରୋ ପାଇଁ ୧ ହଜାର କୋଟି
- ରାଜ୍ୟର ଅନ୍ୟ ରେଳ ପ୍ରକଳ୍ପ ପାଇଁ ୭ଶହ କୋଟିର ବ୍ୟବସ୍ଥା
- ସଡ଼କ, ସେତୁ, ଏୟାରପୋର୍ଟ, ରେଲୱେ ବିକାଶ ପାଇଁ ୨୧ ହଜାର କୋଟି
- ଲକ୍ଷ୍ମୀ ଯୋଜନାରେ ମୋଟ ୧୭୪୫ଟି ବସ୍ ଚଳାଚଳ କରିବାକୁ ଲକ୍ଷ୍ୟ
- ଲକ୍ଷ୍ମୀ ଯୋଜନାରେ ଆଉ ୧୧୯୧ କୋଟି ଟଙ୍କାର ବ୍ୟୟବରାଦ
- ୨୦୨୩-୨୪ରେ ରାଜସ୍ବ ବଳକା ପରିମାଣ ୨୨ ହଜାର ୪୧୧ କୋଟି ଆକଳନ
- ମୋଟ ରାଜସ୍ବ ଆୟ ୧ ଲକ୍ଷ ୮୫ ହଜାର ୫ଶହ ଟଙ୍କା ଆକଳନ
- ମୋଟ ରାଜସ୍ବ ବ୍ୟୟ ୧ ଲକ୍ଷ ୬୩ ହଜାର ୮୯ କୋଟି ଆକଳନ
- ସଂଶୋଧିତ ଆକଳନ ଅନୁସାରେ ୨୨, ୪୧୧ କୋଟି ରାଜସ୍ୱ ବଳକା
- ବିତ୍ତୀୟ ନିଅଣ୍ଟ ୨୪ ହଜାର ୯୮୨ କୋଟି ରହିବା ଆକଳନ
- ବେତନ, ପେନସନ୍, ସୁଧ ବାବଦ ପ୍ରଶାସନିକ ଖର୍ଚ୍ଚ ୧ ଲକ୍ଷ ୩ ହଜାର ୫ ଶହ କୋଟି
- ମୋଟ କାର୍ଯ୍ୟକ୍ରମ ବ୍ୟୟବରାଦ ୧ ଲକ୍ଷ ୪୦ ହଜାର କୋଟି