ବିଜେଡ଼ିରେ ଯୋଗଦେଲେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବହୁ ବିଜେପି ଏବଂ କଂଗ୍ରେସ ନେତା ଓ କର୍ମୀ

ଭୁବନେଶ୍ୱର, ୦୩/୦୫/୨୦୨୪: ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ବିଜେଡି ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ଦାସଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ଦାସ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ଦାସ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କଂଗ୍ରେସ ଓ ବିଜେପି କର୍ମୀମାନେ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ସରପଞ୍ଚ ସୁରେଶ ବେହେରା, ଲକ୍ଷ୍ମୀ ବାଗ, ସଂଜୀବ ଚୁରା, ଗୁରୁବାରୁ ବାଚ, ନିତ୍ୟ ପୁରୁସେଠ, ସଦାନନ୍ଦ ତାଣ୍ଡି, ଲମ୍ବୁଧର ବେହେରା, ନଟବର ସୁନା, ଉମାଶଙ୍କର ସାହୁ, ଦେବ ସିଂ ବେହେରା, ପ୍ରଦୀପ ଜାଲ, ବନୁ ବାଗ, ସୁଶୀଲ ଶତପଥୀ, ମେଳା ଗୁରୁ, ସଂଜୟ ପଟେଲ, ଗୋପାଳ ବେହେରା, ଚୈତନ୍ୟ ବେହେରା, ପଙ୍କଜ ବେହେରା, ଉଧବ ବେହେରା, ପିଲାବାବୁ ହଂସ, କିଶୋର ଜାଲ, ଭୋଦେବ ବେହେରା, ଜିତେନ ବଚା, କୈଳାସ ବେହେରା, ଦିଲ୍ଲୀପ ଜାଲ, ଜିତେନ୍ଦ୍ର ରଣା, ଦୀପକ ଛୁରା, ଗୋବିନ୍ଦ ପଟେଲ, ବିଶ୍ୱନାଥ ପଟେଲ, ଦିନା ବାରିକ, କୃଷ୍ଣ ବାଗ ଓ ଯୁବରାଜ ବାଗଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.