୨ ଓଏଏସ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଅଫିସକୁ ବଦଳି

ଭୁବନେଶ୍ୱରରେ ବିଡିଏ ଲ୍ୟାଣ୍ଡ ଅଫିସର ମନୋଜ କୁମାର ବେହେରାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି ।

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆଜି ଦୁଇଜଣ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଏହି ଦୁଇ ଅଫିସର କାର୍ଯ୍ୟ କରିବେ ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ବଦଳି କରାଯାଇଛି । ଶ୍ରୀ ମହାନ୍ତି ଏବେ କେନ୍ଦୁଝର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି ।

ସେହିପରି ଭୁବନେଶ୍ୱରରେ ବିଡିଏ ଲ୍ୟାଣ୍ଡ ଅଫିସର ମନୋଜ କୁମାର ବେହେରାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି ।

ବିଜେପି ସରକାରରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ସେମାନଙ୍କ କାର୍ଯ୍ୟାଳୟକୁ ଆଜି ପ୍ରଥମଥର ପାଇଁ ଅଫିସରଙ୍କ ବଦଳି ହୋଇଛି ।

Leave A Reply

Your email address will not be published.