ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରଥଯାତ୍ରା ପାଇଁ ୨ ଦିନ ଛୁଟି

ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ଛୁଟି ରହିବ ।

ପୁରୀ: ଚଳିତ ବର୍ଷ ରଥଯାତ୍ରା ହେଉଛି ବିରଳ। ଏହି ରଥଯାତ୍ରା ଦୁଇ ଦିନ ଧରି ଚାଲିବ । ତେଣୁ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଫଳରେ ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ଛୁଟି ରହିବ । ପୁରୀରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଏପରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

ରଥ ଯାତ୍ରାର ସମୀକ୍ଷା ବୈଠକରେ ଯୋଗ ଦେବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଯାଇଥିଲେ। ସେଠାରେ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି।

ଏଥିସହ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସମସ୍ତ ସହଯୋଗ କାମନା କଲେ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ।

ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଆଲୋଚନା ହୋଇଥିଲା।

Leave A Reply

Your email address will not be published.