ୟୁପିରେ ଆରମ୍ଭ ହେଲେ ଯୋଗୀଙ୍କ ରେକର୍ଡ ସେକେଣ୍ଡ ଇନିଂସ

ଉତ୍ତରପ୍ରଦେଶରେ ଯୋଗୀ ରାଜ । ଲଗାତାର ଦ୍ୱିତୀୟ ଥର ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଯୋଗୀ । ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଯୋଗୀଙ୍କ ସମେତ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଶପଥଗ୍ରହଣ କରିଛନ୍ତି ।

ଏହି ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ କିଛି କେନ୍ଦ୍ରମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଗତ ୩୫ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶ ରାଜନୀତିରେ କୌଣସି ଦଳକୁ ଲଗାତାର ୨ଥର ବହୁମତ ମିଳିଥିବା ବେଳେ ସରକାର ଗଢିବାକୁ ସକ୍ଷମ ହୋଇଛନ୍ତି ।

Leave A Reply

Your email address will not be published.