ଓଡ଼ିଶା ପାଇଁ ଷ୍ଟିୟରିଂ କମିଟି ଗଠନ କଲା ଏଆଇସିସି

ଏହି କମିଟିରେ ୧୪ ଜଣ ସଦସ୍ୟ ଅଛନ୍ତି।

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସ ପାଇଁ ଏକ ଷ୍ଟିୟରିଂ କମିଟି ଗଠନ କରିଛି ଏଆଇସିସି। ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏହି ଷ୍ଟିୟରିଂ କମିଟି ଗଠନ ହୋଇଛି।

ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ନେତୃତ୍ୱରେ ଗଠିତ ଏହି କମିଟିରେ ତାଙ୍କ ସମେତ ୧୪ ଜଣ ସଦସ୍ୟ ଅଛନ୍ତି। ଶ୍ରୀକାନ୍ତ ଜେନା, ରାମଚନ୍ଦ୍ର କାଡାମ, ଜୟଦେବ ଜେନା,ସପ୍ତଗିରି ଉଲ୍ଲାକା, ଅଶୋକ ଦାସ, ଭକ୍ତ ଦାସ, ଅନନ୍ତ ସେଠୀ, ମହମ୍ମଦ ମୋକିମ, ଦେବାଶିଷ ପଟ୍ଟନାୟକ, ବିଶ୍ବରଂଜନ ମହାନ୍ତି, ବଳଭଦ୍ର ମାଝୀ ଓ ସସ୍ମିତା ବେହେରା କମିଟିର ସଦସ୍ୟ ଅଛନ୍ତି। AICC ଆବାହକ ମହମ୍ମଦ ଶାହାନୱାଜ ଚୌଧୁରୀ ମଧ୍ୟ ଏହି କମିଟିରେ ସଦସ୍ୟ ଅଛନ୍ତି। 

Leave A Reply

Your email address will not be published.