ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ, ଓଡ଼ିଶାରୁ ଯୋଗଦେବେ ୨୬୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଗତ ବର୍ଷ ମହାମାରୀ ସମୟରେ ଅନଲାଇନରେ ପରୀକ୍ଷା ପେ ଚର୍ଚ୍ଚା ଅନୁଷ୍ଠିତ ହୋଇଥିଲା । ଏହି ବର୍ଷ ପରୀକ୍ଷା ପେ ଚର୍ଚ୍ଚାକୁ ଲୋକପ୍ରିୟ କରିବା ପାଇଁ, ବିଦ୍ୟାର୍ଥୀମାନଙ୍କ ପାଖରେ ପହଞ୍ଚାଇବା ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଚଳିତ ବର୍ଷ MyGov.in ପ୍ଲାଟଫର୍ମ ମାଧ୍ୟମରେ ୨୦୨୧ ଡ଼ିସେମ୍ବର ୨୮ରୁ ୨୦୨୨ ଫେବୃୟାରୀ ୩ ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ଦ୍ୱାରା ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ଏହି ବର୍ଷ ରଚନାତ୍ମକ ଲେଖା ପ୍ରତିଯୋଗିତା ପାଇଁ ୧୫.୭ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ପଞ୍ଜିକରଣ କରିବା ସହ ଭାଗ ନେଇଥିଲେ । MyGov.in ଦ୍ୱାରା ଆୟୋଜିତ ଏଗଜାମ ଷ୍ଟ୍ରେସ ମ୍ୟାନଜମେଂଟ୍‌, ସ୍ୱାଧୀନତାର ଅମୃତ ମହୋତ୍ସବ, ପର୍ଯ୍ୟାବରଣ, ଅଭିଭାବକଙ୍କ ଭୂମିକା, ଭୋକାଲ ଫର୍ ଲୋକାଲ ଭଳି ବିଭିନ୍ନ ପ୍ରତିଯୋଗିତାରେ ଚୟନ ହୋଇଥିବା ୨୦୫୦ଛାତ୍ରଛାତ୍ରୀଙ୍କୁ ଏନସିଇଆରଟିର ନିର୍ଦ୍ଦେଶକଙ୍କ ଦ୍ୱାରା ଏକ ସାର୍ଟିଫିକେଟ୍ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରଚିତ ‘ଏଗଜାମ ୱାରିୟର’ ପୁସ୍ତକ ଥିବା ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା କିଟ୍ ପ୍ରଦାନ କରାଯିବ।ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୫୬ଜଣ ମନୋନୀତ ହୋଇଛନ୍ତି।

ଏହି କାର୍ଯ୍ୟକ୍ରମ ଦୂରଦର୍ଶନ, ରେଡ଼ିଓ ଚ୍ୟାନେଲ, ବିଭିନ୍ନ ଟିଭି ଚ୍ୟାନେଲ ସମେତ, ଶିକ୍ଷା ମନ୍ତ୍ରଣାଳୟ, ନରେନ୍ଦ୍ର ମୋଦୀ, ପିଏମଓ ଇଣ୍ଡିଆ, ପିଆଇବି ଇଣ୍ଡିଆ ଭଳି ଡ଼ିଜିଟାଲ ପ୍ଲାଟଫର୍ମ ତଥା ୟୁଟ୍ୟୁବ ଚ୍ୟାନେଲ ସମେତ ଦୂରଦର୍ଶନ ନ୍ୟାସନାଲ, ଡ଼ିଡି ନ୍ୟୁଜ୍‌, ମାଇ ଗଭ.ଇଣ୍ଡିଆ, ସଂସଦ ଟିଭି ଏବଂ ସ୍ୱୟଂପ୍ରଭାରେ ସିଧାସଳଖ ପ୍ରସାରଣ କରାଯିବ ।

ଆଜି ପିଆଇବି ଭୁବନେଶ୍ଵର ଠାରେ ଆୟୋଜିତ ଏ ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଉପ ନିର୍ଦ୍ଦେଶକ ଡ. ଗିରିଶ ଚନ୍ଦ୍ର ଦାଶ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ସୂଚନା ଦେବା ସହ ଏହାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ଗଣମାଧ୍ୟମର ସହଯୋଗ ଲୋଡିଥିଲେ । ସମ୍ମିଳନୀରେ ପିଆଇବିର ଗଣଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ଓ ସହାୟକ ସୂଚନା ଅଧିକାରୀ ସ୍ଵାଧୀନ ଶକ୍ତିପ୍ରସାଦ ଉପସ୍ଥିତ ଥିଲେ ।

Leave A Reply

Your email address will not be published.