ବିଏମସିର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ

ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ସମସ୍ତ ଜନପ୍ରତିନିଧିନ ଶପଥଗ୍ରହଣ ଉତ୍ସବ ବିଏମସି କନଫରେନ୍ସ ହଲରେ ଆୟୋଜିତ ହୋଇଛି ।

ଗୃହ ଓ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶପଥ ପାଠ କରାଇଛନ୍ତି । ଚଳିତ କର୍ପୋରେସନରେ ୬୭ ଜଣ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩ ଜଣ ମହିଳା ଅଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଲିଙ୍ଗରାଜ ମନ୍ଦିର ଯାଇ ଠାକୁରଙ୍କ ଦର୍ଶନ କରିଛନ୍ତି । ସୁଲୋଚନାଙ୍କ ସହ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.