xmas

ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ୩୮ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ଗୃହରକ୍ଷୀ ମାନଙ୍କ ୩୮ ପ୍ରତିଶତ ଡ୍ୟୁଟି କଲ୍ ଅପ୍ ଭତ୍ତା ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତା ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିଲା । ହେଲେ ବର୍ତ୍ତମାନ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତା ଭାବରେ ମାସିକ ୧୨,୪୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବପରି ମିଳିବ।

Leave A Reply

Your email address will not be published.